ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌) ସୁଶାନ୍ତ ନନ୍ଦ ଏହାର ଭିଡିଓକୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟକରି ଏନେଇ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟ ନିକଟରେ ପ୍ରସ୍ତାବିତ ଦେଶର ପ୍ରଥମ କଳାବାଘ ସଫାରି ପ୍ରକଳ୍ପ କାମ ଆଗେଇ ଚାଲିଛି। ଏପରି ସମୟରେ କଳାବାଘ ବିଚରଣ କରୁଥିବା ଚିତ୍ର ସାମ୍ନାକୁ ଆସିଥିବାରୁ ବନ୍ୟଜନ୍ତୁ ପ୍ରେମୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। କଳାବାଘ ସଫାରିକୁ ପୂର୍ବରୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ଅନୁମୋଦନ କରିଥିବାବେଳେ ଏହାର ଡିଜାଇନ୍‌କୁ ସେଣ୍ଟ୍ରାଲ ଜୁ’ ଅଥରିଟି ନିକଟରେ ମଞ୍ଜୁରୀ ଦେଇଛନ୍ତି। ବାରିପଦାରୁ ୧୦ କି.ମି. ଦୂର ମଞ୍ଚିଆପଡ଼ାଠାରେ ୧୦୦ ଏକର ଜମିରେ ତିଆରି ହେବାକୁ ଥିବା ଏହି କଳାବାଘ ସଫାରିରେ ନନ୍ଦନକାନନରୁ କଳାବାଘ ଓ କଳା ଜିନ୍‌ ଥିବା ବାଘକୁ ଆଣି ଛଡାଯିବ। ଏଠାରେ ବାଘଙ୍କ ପାଇଁ ସ୍ବତନ୍ତ୍ର ହସ୍ପିଟାଲ ରହିବ। ଚଳିତବର୍ଷ ଡିସେମ୍ବର ସୁଦ୍ଧା ଏହି ସଫାରି ପର୍ଯ୍ୟଟକଙ୍କ ପାଇଁ ଖୋଲା ହେବ। ଫଳରେ ଶିମିଳିପାଳ ବୁଲିବାକୁ ଆସୁଥିବା ପର୍ଯ୍ୟଟକ କଳାବାଘ ଦେଖିବାର ସୁଯୋଗ ପାଇପାରିବେ। ପୂର୍ବରୁ ଗତ ମେ’ରେ ଶିମିଳିପାଳରେ ମହାବଳ ଓ କଳା ବାଘ ସାଙ୍ଗ ହୋଇ ବୁଲୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…

ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ...

ଘାଟ ଜଗିଛି କୁମ୍ଭୀର: କୁଆଖାଇରେ କୁମ୍ଭୀର ଦେଖି ଲୋକେ ଛାନିଆ

ଭୁବନେଶ୍ୱର,୫।୧୦: ଘାଟ ଜଗିଛି କୁମ୍ଭୀର। କୁଆଖାଇରେ ବୁଲୁଛି କୁମ୍ଭୀର। ଶନିବାର ସକାଳୁ କିଛି ଲୋକେ ଗାଧୋଇବାକୁ ଯାଇଥିବା ବେଳେ ନଦୀ ପଠାରେ କୁମ୍ଭୀର ଶୋଇଥିବା ଦେଖିବାକୁ...

+୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା

ଭୁବନେଶ୍ୱର,୫।୧୦: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା...

ପୁନଃଗଠନ ହେବ OSDMA, ବଢ଼ିବ କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୫ା୧୦: ରାଜ୍ୟରେ ପୁନଃଗଠନ ହେବ ଓସଡମା। ଏନେଇ ବିଜ୍ଞପ୍ତି ଜାରି କରିଛି ବିଭାଗ। ଓସଡମାରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଥିବାବେଳେ ୩୭...

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ...

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri