ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଚଳିତ ବର୍ଷ କଳାରେ ୨ଲକ୍ଷ ୩୫ହଜାର ୧୮୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୮ହଜାର ପରୀକ୍ଷା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୩ରେ ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିଲା।

Share