Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର, ୨୯।୧୨:କ୍ରମାଗତ ୫ମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୩ୟ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇପାରିଛନ୍ତି। ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୩୭୨ (୩୭୧.୯୫) ପଏଣ୍ଟ ବଢ଼ି ୭୨,୪୧୦ (୭୨,୪୧୦.୩୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ ରେ ମଧ୍ୟ ୧୨୪ (୧୨୩.୯୫) ପଏଣ୍ଟ ବୃଦ୍ଧି ଘଟି ୨୧,୭୭୯ (୨୧,୭୭୮.୭୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲ କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ବୃଦ୍ଧି ଘଟିଛି।

Share