Categories: ଜାତୀୟ

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର ମୁନା ଲୋହାରି ଅଛନ୍ତି। ଦକ୍ଷିଣ କଶ୍ମୀରର ବୋନା ବଜାରଠାରେ କିଛି ଆତଙ୍କବାଦୀ ଏକ ଘରେ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ଆଖିବୁଜା ଗୁଳିମାଡ଼ କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ସାମୟିକ ଭାବେ ବନ୍ଦ କରାଯାଇଥିବା କୁହାଯାଉଛି।

Share