Categories: ଜାତୀୟ

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ, ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର, ୧୬।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେଠାରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସ୍ଥାନୀୟ ତୁର୍କଓ୍ବଙ୍ଗମ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ଗୋଇନ୍ଦା ବିଭାଗ ସୂତ୍ରରୁ ମିଳିବା ପରେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିବା ସତ୍ତ୍ୱେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ହିଜିବୁଲ୍‌ ମୁଜାହିଦ୍ଦିନ୍‌ର ଜଣେ କମାଣ୍ଡର ଥିବା କୁହାଯାଉଛି। ଆତଙ୍କବାଦୀଙ୍କ ନିକଟରୁ ୨ଟି ଏକେ-୪୭, ରାଇଫଲ ଆଦି ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ କହିଛି।

Share