ଶ୍ରମିକ ବସିଛନ୍ତି, ଜେସିବି ଖୋଳୁଛି ବନ୍ଧ

ଦଶମନ୍ତପୁର,୧୪ା୬( ଡ଼ି.ଏନ.ଏ.)- ଶ୍ରମିକଙ୍କ ଜୀବିକା ନିର୍ବାହ ଲାଗି ସରକାର ବିଭିନ୍ନ ଯୋଜନାରେ କାର୍ଯ୍ୟ ଯୋଗାଇ ଦେବାକୁ ଉଦ୍ୟମ ଜାରି ରଖିଛନ୍ତି। ମାତ୍ର କୋରାପୁଟ ଜିଲା ଦଶମନ୍ତପୁରରେ ସରକାରଙ୍କ ନିୟମକୁ ଉଲ୍ଲଂଘନ କରାଯାଉଛି। ଶ୍ରମିକଙ୍କ ବଦଳରେ ଠିକାଦାରମାନେ ଜେସିବି ମେଶିନ ଲଗାଇ କାର୍ଯ୍ୟ କରୁଛନ୍ତି। ଫଳରେ ଶ୍ରମିକମାନେ କାମ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏପରି ଦେଖିବାକୁ ମିଳିଛି ଦଶମନ୍ତପୁର ବ୍ଲକ ଗାଦିଆଗୁଡ଼ା ପଞ୍ଚାୟତର ପରଜାଗଦ୍ରି ଗ୍ରାମରେ। ଗ୍ରାମରେ ୬୦ ପରିବାର ବସବାସ କରନ୍ତି। ଲକ୍‌ଡାଉନ୍‌ ଯୋଗୁ କୌଣସି କାର୍ଯ୍ୟ ନ ପାଇ ଶ୍ରମିକମାନେ ହଇରାଣ ହେଉଥିଲେ। ପ୍ରଶାସନ ଏହା ଜାଣିବା ପରେ ସେହି ଗ୍ରାମରେ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଗ୍ରାମରେ ୨ଟି ବନ୍ଧ ଖୋଳିବା ପାଇଁ ନିର୍ଦ୍ଦେଶ ଦେଇଥିଲା। ଫଳରେ ଏହାଦ୍ୱାରା ଶ୍ରମିକମାନେ କାର୍ଯ୍ୟ ପାଇବା ସହ ପରବର୍ତ୍ତୀ ସମୟରେ ବନ୍ଧରେ ମାଛଚାଷ କରି ଜୀବିକା ନିର୍ବାହ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ ଲକ୍ଷ ରଖାଯାଇଥିଲା। ଗୋଟିଏ ବନ୍ଧ ଖୋଳିବା ଲାଗି ଦେଢଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଥିଲା। ୨ଟି ଯାକ ବନ୍ଧ ଖୋଳିବା ପାଇଁ ଗ୍ରାମର ଡମ୍ବରୁଧର ଜାନି ଏବଂ ଲୁକୁ ଡଙ୍ଗ୍ରି ଠିକା ନେଇଥିଲେ। ଏହି କାର୍ଯ୍ୟ ଯେଉଁ ସ୍ଥାନରେ ହେବାକୁ ସ୍ଥିର ହୋଇଥିଲା ସେଠାରେ ନ କରି ସେମାନେ ଗ୍ରାମଠାରୁ ୨ କି.ମି. ଦୂର ପାହାଡ଼ ତଳେ ଥିବା ଲିଟିଝୋଲାଠାରେ ରହିଥିବା ପୁରୁଣା ବନ୍ଧରେ ଶ୍ରମିକ ନ ଲଗାଇ ଜେସିବି ମେଶିନରେ ବନ୍ଧ ଖନନ କରୁଛନ୍ତି। ଏନେଇ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ମଧ୍ୟ ନୀରବ ରହିଛନ୍ତି। ଏବେ ବନ୍ଧ ଖନନର ଅଧା ବିଲ୍‌ କରି ଅର୍ଥ ଉଠାଇଥିବା ଜାଣିବାକୁ ମିଳିଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସେହିପରି ଦଶମନ୍ତପୁର ବ୍ଲକର କେତେକ ପଞ୍ଚାୟତରେ ଶ୍ରମିକଙ୍କ ବଦଳରେ ଜେସିବିରେ ବନ୍ଧ ଖୋଳା ଯାଉଥିବା ଦେଖିବାକୁ ମିଳୁଛି। ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଆଗାମୀ ଦିନରେ ଏ ସମ୍ପର୍କରେ ଜିଲାପାଳ ଏବଂ ଦୁର୍ନୀତି ନିବାରଣ ବିଭାଗ ନିକଟରେ ଅଭିଯୋଗ କରାଯିବ ବୋଲି ଗ୍ରାମବାସୀ କହିଛନ୍ତି। ଏନେଇ ମୃତ୍ତିକା ସଂରକ୍ଷଣ ବିଭାଗ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ଡ଼ାକୁଆଙ୍କୁ ପଚାରିବାରୁ ସେ କହିଲେ ଯେ, ମୁଁ ସେଠାରେ ଥିବା ବେଳେ ଠିକାଦାର କାମ ଠିକ୍‌ କରୁଛନ୍ତି। ଚାଲିଆସିବା ପରେ ଜେଶିବି ଲଗାଇ ଦେଉଛନ୍ତି ବୋଲି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ଉଭୟ ଠିକାଦାରଙ୍କୁ ପଚାରିବାରୁ ସେମାନେ ଆମ ନିଜ ଦାୟିତ୍ୱରେ ଜେସିବିରେ ଏହି ବନ୍ଧ ନିର୍ମାଣ କରୁଛୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri