ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ

ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳ ଉତ୍ସବ ଅନୁଷ୍ଠିତ ହୋଇଥାଏ। ହଜାର ହଜାର ଭକ୍ତ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇଁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ ଓ ରତ୍ନ ସିଂହାସନରେ ପୂଜା ପାଉଥିବା ଭୁଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢା ୭ଥର ପରିକ୍ରମା କରିବେ। ଦୋଳ ବେଦୀ ତଳେ ଓ ଉପରେ ସାତଘେରା ବୁଲିବା ପରେ ଦୋଳରେ ବସି ଝୁଲିବେ।

Share