ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ଆଜି:ମହାପ୍ରଭୁଙ୍କୁ ଲାଗି ହେଲା ଯେଉଡ଼ ଭୋଗ

ପୁରୀ ଅଫିସ,୨୩ା୮:ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଶୁକ୍ରବାର ଏହି ପବିତ୍ର ତିଥିରେ ଜନ୍ମ ନେବେ ପ୍ରଭୁ ଶ୍ରୀକୃଷ୍ଣ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟାଧୂପ ପୂଜା ପରେ ଭିତରେ ପାଣି ପଡ଼ି ଜୟ ବିଜୟ ଦ୍ୱାର ବନ୍ଦ ହୋଇଥିଲା। ଟେରା ବନ୍ଧା ହେବା ପରେ ଯେଉଡ଼ ଭୋଗ (ଶାଗ, ତରକାରି, ପିଠା, ଝିଲି, ଓରିଆ, ଖିରି ଆଦି) ରୋଷରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା। ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ। ପଣ୍ଡା, ପତି ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଅନ୍ୟାନ୍ୟ ନୀତି ବଢିଥିଲା।
ଯେଉଡ଼ ଭୋଗ ଏବଂ ଗର୍ଭ ଉଦକ ବନ୍ଦାପନା ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଗର୍ଭବତୀ ନାରୀମାନେ ସୁଖ ପ୍ରସବ ଲାଗି ଯେଉଡ଼ ଫଳ ଖାଇଥାନ୍ତି। ଜନ୍ମାଷ୍ଟମୀ ପୂର୍ବଦିନ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣ କରି ଯେଉଡ଼ ଭୋଗ ଖାଇଥାନ୍ତି। ତାଙ୍କ ଗର୍ଭରେ ଶ୍ରୀକୃଷ୍ଣ ରହିଥିବାରୁ ତାଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ତାହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଲୀଳାମୟ ଠାକୁରଙ୍କ ଏହା ଏକ ଅଲୌକିକ ଲୀଳା। ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ଶ୍ରୀକୃଷ୍ଣ ସୃଷ୍ଟି ହେବେ ବୋଲି ଗବେଷକ ଡ. ଦାଶ ମତବ୍ୟକ୍ତ କରିଛନ୍ତି।

୫ ଘଣ୍ଟା ଦର୍ଶନ ବନ୍ଦ ରହିବ
ଶୁକ୍ରବାର ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ନୀତି ପାଳନ ପାଇଁ ମହାପ୍ରଭୁଙ୍କ ଦର୍ଶନ ୫ଘଣ୍ଟା ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ତାହାକୁ ଯେପରି କେହି ସାଧାରଣ ଭକ୍ତ ଦେଖି ନ ପାରିବେ ସେଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନରେ କଟକଣା ଲଗାଯାଇଛି। ସନ୍ଧ୍ୟା ଧୂପ ପୂଜା ପରଠାରୁ ଅର୍ଥାତ୍‌ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଜନ୍ମ ଚକଡ଼ାରେ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି ସମ୍ପନ୍ନ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିବ ନର୍ସିଂ କର୍ମଚାରୀ ଆନ୍ଦୋଳନ: ସରକାରଙ୍କ ସହ ଆଲୋଚନା ବିଫଳ

ଭୁବନେଶ୍ୱର,୨୫।୯: ଜାରି ରହିବ ନର୍ସିଂ କର୍ମଚାରୀ ଆନ୍ଦୋଳନ। ବୁଧବାର ସରକାରଙ୍କ ସହ ଆଲୋଚନା ବିଫଳ ହୋଇଥିବା ସଂଘର ପକ୍ଷରୁ ସୂଚନା ମିଳିଛି। ସ୍ବାସ୍ଥ୍ୟ ସଚିବ ସହ...

ମୋ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍‌କୁ ଅଟକ ରଖିଲେ ଲୋକେ

ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍‌। ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି।  

ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ।...

ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍‌ ହେବ। ପଲିଗ୍ରାଫ୍‌ ଟେଷ୍ଟ୍‌ ପାଇଁ କ୍ରାଇମବ୍ରାଞ୍ଚକୁ...

ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍‌-ପୋଲିସ

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହିଦିନ ଆକାଉଣ୍ଟକୁ ଯିବ ବଳକା ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। କିଛି ସମୟ ପୂର୍ବରୁ ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଇଛନ୍ତି...

ନବୀନଙ୍କୁ କଡ଼ା ସମାଲୋଚନା କରି ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଓଡ଼ିଆ କଷ୍ଟ ପାଇଲେ ସରକାର ବଦଳାଇବେ। ଭୋଟ ପାଇଁ...

ବିଜେଡି ସମ୍ପର୍କରେ ବହୁ ଭାଜପା ନେତା, ଭାଜପା ଶିବିରରେ ଚହଳ, ଦେବୀ ମିଶ୍ର କହିଲେ…

ଭୁବନେଶ୍ୱର,୨୫।୯: ଭାରତୀୟ ଜନତା ପାର୍ଟି ନା ବିଜୁ ଜନତା ଦଳ କିଏ କରିବ ହଲଚଲ। ଏନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ଦଳର ବଡ଼ ବଡ଼ ନେତା।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri