ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା

ପୁରୀ ଅଫିସ,୬।୯: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଆଦର୍ଶ ଗୁରୁକୁଳ, ଜଗନ୍ନାଥଙ୍କ ଜମିଜମା, ନୀତି ଆଦି ସମୀକ୍ଷା ହେବ। ଏହି ବୈଠକରେ ନୂଆ ମୁଖ୍ୟ ପ୍ରଶାସକ ଡା. କ୍ରିଷନ କୁମାର, ଜିଲାପାଳ ବଲଓ୍ବନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାସଙ୍କ ସମେତ ପରିଚାଳନା କମିଟିର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଅଛନ୍ତି। ତେବେ ମେଘନାଥ ପାଚେରୀ କଡ଼ରୁ ୭୫ ମିଟର ଉଚ୍ଛେଦ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇପାରେ ବୋଲି କୁହାଯାଉଛି।

Share