Categories: ଜାତୀୟ

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୮।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସାଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜପାକସା ୫ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହି ଗସ୍ତ ସମୟରେ ସେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିବେ। ଶନିବାର ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସହ କଥା ହେବେ ବୋଲି ଜଣାପଡିଛି।

Share