Categories: ଜାତୀୟ

ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌: ଗୋଟିଏ ବର୍ଷରେ ଆସିଛନ୍ତି ୨୬ ଲକ୍ଷ ପର୍ଯ୍ୟଟକ

ନୂଆଦିଲ୍ଲୀ,୨୭।୧୦: ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି। ଏହାକୁ ଦେଖିବାକୁ ଗୋଟିଏ ବର୍ଷରେ ୨୬ ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,ଗୁଜରାଟର କେଭାଡ଼ିଆଠାରେ ଥିବା ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ ଦେଶର ପ୍ରଥମ ସ୍ବରାଷ୍ଟ୍ର ମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୮୨ ମିଟର ଉଚ୍ଚା ଏହି ମୂର୍ତ୍ତି ରହିଛି। ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ଯୋଗୁ ସ୍ଥାନୀୟ ଅଞ୍ଚଳର ଆର୍ଥିକ ବିକାଶ ସମ୍ଭବ ହୋଇପାରିଛି।

Share