Posted inଖେଳ

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୩।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋଇନିସ ରବିବାର ସିଡ୍‌ନୀ ସିକ୍ସର୍ସ ବିପକ୍ଷରେ ଅପରାଜିତ ୧୪୭ ରନର ମାରାଥନ ଇନିଂସ ଖେଳିଛନ୍ତି। ୩୦ ବର୍ଷୀୟ ଅଷ୍ଟ୍ରେଲୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଷ୍ଟୋଇନିସଙ୍କ ଏହି ୭୯ ବଲର ଇନିଂସ ମଧ୍ୟରେ ୧୩ ଚୌକା ଓ ୮ ଛକା ସାମିଲ ରହିଥିଲା। ମେଲବୋର୍ନ ୨୦ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ୨୧୯ ରନ କରିଥିବାବେଳେ ସିଡ୍‌ନୀ ସିକ୍ସର୍ସ ୭ ଉଇକେଟ୍‌ ହରାଇ ୧୭୫ ରନ କରିବାକୁ ସମର୍ଥ ହୋଇଥିଲା। ଫଳରେ ମେଲବୋର୍ନ ୪୪ ରନରେ ବିଜୟୀ ଲାଭ କରିଥିଲା। ପୂର୍ବରୁ ବିବିଏଲ୍‌ରେ ବ୍ୟକ୍ତିଗତ ଶ୍ରେଷ୍ଠ ଇନିଂସ ଡି ଆର୍ସି ଶର୍ଟ (୬୯ ବଲ ୧୨୨ ରନ)ଙ୍କ ନାମରେ ରହିଥିଲା। ଏଠାରେ ଉଲ୍ଲେଖଯୋଗ୍ୟ, ଗତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମୀ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଷ୍ଟୋଇନିସଙ୍କୁ ଦଳରୁ ରିଲିଜ କରିଥିଲା। କିନ୍ତୁ ଆଇପିଏଲ୍‌ ନିଲାମୀରେ ଦିଲ୍ଲୀ କ୍ୟାପିଟାଲ୍ସ ତାଙ୍କୁ କ୍ରୟ କରିଥିଲା। ସେହିଭଳି ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଖେଳିବାକୁ ଭାରତ ଗସ୍ତରେ ଆସିଥିବା ଅଷ୍ଟ୍ରେଲିଆ ଦଳରେ ମଧ୍ୟ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ସ୍ଥାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ...

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍‌ଡେଟ୍‌ ସେ...

ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video

ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍‌ ସିଜନ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍‌ରୁ ୨ ମ୍ୟାଚ୍‌ ଦଳ ଜିତିଥିବା ବେଳେ ଆଘାତ...

ଟେନଶନରେ ମାହି, CSK ଜିତିଲା ପରେ ଆଣିଲେ ସାଂଘାତିକ ଅଭିଯୋଗ!

ଲକ୍ଷ୍ନୌ,୧୫।୪: ୧୪ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗସ, ଲକ୍ଷ୍ନୌ ସୁପରଜିଆଣ୍ଟସକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ପାଞ୍ଚ ୱିକେଟରେ ପରାସ୍ତ କରିଛି। କ୍ରମାଗତ ପାଞ୍ଚ ଥର ପରାଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image