ସଂଯୋଗ ନ ଥାଇ ଆସୁଛି ବିଦ୍ୟୁତ୍‌ ବିଲ୍‌

ଢେଙ୍କାନାଳ ଅଫିସ, ୩୦।୪ଢେଙ୍କାନାଳ ଜିଲାରେ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକ୍ରମ ସମୀକ୍ଷା ହେଉନାହିଁ। ବିଦ୍ୟୁତ୍‌ ସଂଯୋଗ ନ ଥାଇ ପ୍ରତିମାସରେ ବିଲ୍‌ ଆସୁଛି। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।

ଓଡ଼ାପଡ଼ା ବ୍ଲକ ସିମିନଈ ଗ୍ରାମର ସୌଭାଗ୍ୟ ଯୋଜନା ହିତାଧିକାରୀ ହେଉଛନ୍ତି ସାବିତ୍ରୀ ସିଂ। ରବୀନ୍ଦ୍ର ସିଂଙ୍କ ସ୍ତ୍ରୀ ସାବିତ୍ରୀ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ପାଇଁ ଆବେଦନ କରି ଯୋଗ୍ୟତା ଅର୍ଜନ କରିଥିଲେ। ଦୀର୍ଘଦିନ ହେଲା ତାଙ୍କ ଘର ସମ୍ମୁଖରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଛି। ହେଲେ ବିଦ୍ୟୁତ୍‌ ସଂଯୋଗ ମିଳିନାହିଁ। ଅନ୍ୟପଟେ ମାସକୁ ମାସ ବିଦ୍ୟୁତ୍‌ ବିଲ୍‌ ସମ୍ପର୍କିତ ରସିଦ ଆସିବାରେ ଲାଗିଛି। ଏ ନେଇ ସୋମବାର ସାବିତ୍ରୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ସେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।

ଏ ସଂକ୍ରାନ୍ତରେ ସେସୁ ନିର୍ବାହୀଯନ୍ତ୍ରୀ ସ୍ବପ୍ନସରିତ ମିଶ୍ର କୁହନ୍ତି, ଏ ନେଇ ବିଧିବଦ୍ଧ ଭାବେ କୌଣସି ଅଭିଯୋଗ ହୋଇନାହିଁ। ଏହାର ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image