Categories: ଜାତୀୟ

ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ: ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୦।୫: ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ସମୟରେ ହେବ। ଏଥିରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏନେଇ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ରବିବାର ସୂଚନା ଦେଇଛନ୍ତି। ଏହାକୁ ସ୍ଥଗିତ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ଯୋଜନା ହୋଇନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୨୩ରେ ସଂସଦର ବଜେଟ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ କରାଯାଇଥିଲା। ଏହାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଥିଲେ।

Share