Categories: ଜାତୀୟ

ସଂସଦ ଆକ୍ରମଣରେ ମୃତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩।୧୨: ଦୀର୍ଘ ୧୮ ବର୍ଷ ତଳେ ଅର୍ଥାତ୍‌ ୨୦୦୧ରେ ସଂସଦରେ ହୋଇଥିବା ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସୂଚନାଯୋଗ୍ୟ, ୨୦୦୧ ଠିକ୍‌ ଆଜିର ଦିନରେ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ସଦସ୍ୟ ଅଫଜଲ ଗୁରୁର ସାଥିମାନେ ଏହି ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ୫ ଆତଙ୍କବାଦୀଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା।

Share