Categories: ମେଟ୍ରୋ

ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କର୍ମଚାରୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସଚିବାଳୟରେ ପହଞ୍ଚିଥିଲେ। ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ କର୍ମଚାରୀ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରକାଶଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ପୁଣିଥରେ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି ନବୀନ। ବୁଧବାର ପ୍ରଦର୍ଶନୀ ପଡ଼ିଆରେ ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ୨୦ଜଣିଆ ମନ୍ତ୍ରୀମଣ୍ଡଳ ଶପଥ ପାଠ କରିଛନ୍ତି।

Share