ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଥିବା ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସଞ୍ଜୀବ ସୁପ୍ରିମକୋର୍ଟରେ ଆଇନଜୀବୀ ଅଛନ୍ତି। ତେବେ ତାଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୫କୁ ବୃଦ୍ଧି ପାଇଛି।

Share