Categories: ଜାତୀୟ

ସତ୍ୟପାଲ ଗୋଆ ରାଜ୍ୟପାଳ

ପଣଜୀ,୪ା୧୧(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର ଗୋଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ପ୍ରଦୀପ ନନ୍ଦରାଯୋଗ ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଅଗଷ୍ଟ ୩୧ରେ ଅବସର ନେଇଥିବା ମୃଦଳା ସିହ୍ନାଙ୍କ ସ୍ଥାନରେ ତାଙ୍କୁ ଅବସ୍ଥାପିତ କରାଯାଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ବେଳେ ସତ୍ୟପାଲ ଜମ୍ମୁ-କଶ୍ମୀର ରାଜ୍ୟପାଳ ଥିଲେ।

Share