ସପ୍ତମାତୃକା ବେଶର ଅନ୍ତିମ ଦିବସ: ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨ା୧୧: ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଶନିବାର ଅନ୍ତିମ ଦିବସ। ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କ ଏହି ବେଶ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଛି। ତେବେ ମା’ଙ୍କୁ ମହାଲକ୍ଷ୍ମୀ ବେଶରେ ଦର୍ଶନ କଲେ ଧନ ଜନପ୍ରାପ୍ତି ହୁଏ ବୋଲି ବିଶ୍ୱାସ ରହିଛି। ପୀଠରେ ଚାଲିଥିବା ବିଶ୍ୱଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ପର୍ବ ସାରେ ଅନୁଷ୍ଠିତ ହେବ। ତେଣୁ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ପରିଚାଳନା କିମଟିର ସଦସ୍ୟ ଏହାର ପରିଚାଳନା କରୁଛନ୍ତି।

Share