ସବୁଠି ଉଡ଼ିଲା ତ୍ରିରଙ୍ଗା

ଭୁବନ, ୧୫।୮(ଡି.ଏନ.ଏ.)-ଭୁବନ ଅଞ୍ଚଳର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ଶିକ୍ଷକ ପରିଷଦ ଏବଂ ନୂଆ ବଜାର ବଣିକ ସଂଘ ପକ୍ଷରୁ ଆୟୋଜିତ ଜାତୀୟ ଦିବସରେ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ର ବ୍ରହ୍ମେ।ତ୍ରେୀ ବିଶ୍ୱାଳ ଯୋଗଦେଇ ତ୍ରିରଙ୍ଗା ପତାକା ଉତ୍ତୋଳନ କରିଥିଲେ। ଏହି ଉପଲକ୍ଷେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ ହୋଇଥିଲେ।