ସଭରେନ ବଣ୍ଡ ସମ୍ପର୍କରେ ସରକାରଙ୍କ ସହ ଆଲୋଚନା ହେବ: ଶକ୍ତିକାନ୍ତ

ନୂଆଦିଲ୍ଲୀ,୯-୭: କେନ୍ଦ୍ର ସରକାର ସଭରେନ ବଣ୍ଡ ମାଧ୍ୟମରେ ବିଦେଶରୁ ଋଣ କରିବେ। ଏଥିଲାଗି ସରକାରଙ୍କ ସହିତ ଆଲୋଚନା କରାଯିବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ସୋମବାର ପ୍ରକାଶ କରିଛନ୍ତି। ବଜେଟ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ସହ ପାରମ୍ପରିକ ବୈଠକ ପରେ ଶକ୍ତିକାନ୍ତ କହିଛନ୍ତି ଯେ, ବଜାରରେ ଯଥେଷ୍ଟ ନଗଦ ରହିଛି ଏବଂ ବଜେଟରେ ଏନ୍‌୍‌ବିଏଫ୍‌ସି ସେକ୍ଟର ଲାଗି ଯଥେଷ୍ଟ ବ୍ୟବସ୍ଥା କରାଯାଇଛି। ସେ କହିଛନ୍ତି ଯେ, ଏନ୍‌ବିଏଫ୍‌ସିଙ୍କ କାର୍ଯ୍ୟକଳାପ ଉପରେ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ନଜର ରଖାଯାଉଛି। ପୁଞ୍ଜିକରଣ ଲାଗି ବ୍ୟାଙ୍କଗୁଡ଼ିକୁ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ବଜେଟରେ ବ୍ୟବସ୍ଥା କରାଯାଇଥିବାରୁ ଏହା ଏକ ସକାରାମତ୍କ ପଦକ୍ଷେପ କୁହାଯାଇପାରେ ବୋଲି ଶକ୍ତିକାନ୍ତ କହିଛନ୍ତି। ଗ୍ରାହକଙ୍କ ନିକଟରେ ସୁଧ ହାର ପହଞ୍ଚାଇବା ଲାଗି ଅତିକମ୍‌ରେ ୬ ମାସ ସମୟ ଲାଗିଥାଏ ବୋଲି ସେ କହିଛନ୍ତି। ବଜେଟରେ ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ବୃଦ୍ଧି ସତ୍ତ୍ୱେ ସାମଗ୍ରୀ ଦର ସାମାନ୍ୟ ବଢ଼ିଛି ବୋଲି ଉଲ୍ଲେଖ କରି ସେ କହିଛନ୍ତି ଯେ, ଏହାର ପ୍ରଭାବ ମୁଦ୍ରାସ୍ଫୀତି ଉପରେ ଏବେ ପଡ଼ିଥିବା ଭଳି ମନେ ହେଉନାହିଁ। ସେ କହିଛନ୍ତି ଯେ, ମୁଦ୍ରା ନୀତି ସମୀକ୍ଷା କମିଟିର ପରବର୍ତ୍ତୀ ବୈଠକ ଅଗଷ୍ଟ ପ୍ରଥମ ସପ୍ତାହରେ ବସିବ। ସେ ପର୍ଯ୍ୟନ୍ତ ଆର୍‌ବିଆଇର ଆଭ୍ୟନ୍ତରୀଣ ଦଳ ତୈଳ ଦର ବୃଦ୍ଧି ଯୋଗୁ ମୁଦ୍ରାସ୍ଫୀତି ଉପରେ ପଡୁଥିବା ପ୍ରଭାବର ବିଶ୍ଲେଷଣ ଜାରି ରଖିବେ ବୋଲି ଗଭର୍ନର ଦାସ କହିଛନ୍ତି।
ଘରୋଇ ବ୍ୟାଙ୍କ ସିଇଓଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର
ଚଳିତ ମାସ ଶେଷାର୍ଦ୍ଧରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ମାନଙ୍କୁ ଭେଟିବେ। ଜୁଲାଇ ୨୫ କିମ୍ବା ୨୬ରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅଣବ୍ୟାଙ୍କିଙ୍ଗ ଆର୍ଥିକ ସଂସ୍ଥାକୁ ନଗଦ ପ୍ରଦାନ, ଗ୍ରାହକଙ୍କୁ ସୁଧ ହାର ଫାଇଦା ପ୍ରଦାନ,ଏନ୍‌ପିଏ ଏବଂ ରିଏଲିଟି ସେକ୍ଟର ନେଇ ସେ ସିଇଓଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ଏନ୍‌ପିଏ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବ୍ୟାଙ୍କଗୁଡ଼ିକ ଅଧିକ ମାତ୍ରାରେ ଋଣ ଦେଉ ନ ଥିବାରୁ ବଜାରରେ ନଗଦ ସଙ୍କଟ ସୃଷ୍ଟି ହେବାର ଆଉ ଏକ କାରଣ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri