ସମସ୍ତ ୨୦ କରୋନା ଆକ୍ରାନ୍ତ ଶିଶୁ ସୁସ୍ଥ: ବାଗଚୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ)-ଗତ ୨୦ ଦିନ ମଧ୍ୟରେ ୨୦ ଜଣ ଶିଶୁ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଏମାନେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଶୁକ୍ରବାର ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ରାଜ୍ୟ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି। ମୁଖପାତ୍ର ବାଗଚୀ ଆହୁରି କହିଛନ୍ତି, ଆମେରିକାରେ ଭାରତ ତୁଳନାରେ କରୋନା ଭାଇରସ ୧୭ ଗୁଣ ଅଧିକ। ସେହିପରି ସିଙ୍ଗାପୁରରେ ମଧ୍ୟ ସ୍ଥିତି ସଙ୍ଗୀନ ରହିଛି ବୋଲି ପ୍ରକାଶ କରିଥିଲେ। ସେହିପରି ଇଟାଲୀରେ କରୋନା ଭାଇରସ ଯୋଗୁ ୩୧ ହଜାରରୁ ଅଧିକ ଲୋକଙ୍କ ଜୀବନ ଯାଇଥିବାବେଳେ ସମଗ୍ର ବିଶ୍ୱରେ କରୋନା ଭାଇରସ ଯୋଗୁ ୩ ଲକ୍ଷ ଲୋକ ପ୍ରାଣ ହରାଇଲେଣି। ରାଜ୍ୟ ସରକାର ୩୦ଟି ଜିଲାରେ କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରିଛନ୍ତି। ମୋଟ ୩୫ଟି କୋଭିଡ-୧୯ ହସ୍ପିଟାଲରେ ୫ ହଜାର ୭୦୦ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ଗୋଟିଏ ଦିନରେ ୧୫ ହଜାର ୩୬୦ ପ୍ରବାସୀ ଓ ଆସି ପହଞ୍ଚିଛନ୍ତି। ଏପର୍ଯ୍ୟନ୍ତ ବାହାର ରାଜ୍ୟରୁ ୧୫ ହଜାର ୩୬୦ ଜଣ ପ୍ରବାସୀ ଫେରିଛନ୍ତି ବୋଲି ବାଗଚୀ ସୂଚନା ଦେଇଛନ୍ତି।

Share