Categories: ଜାତୀୟ

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ ଯମୁନା ନଦୀରେ ଜଳସ୍ତର ବିପଦ ସଙ୍କେତ ସପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଏକ ଜରୁରୀ ବୈଠକ ଡାକିଛନ୍ତି। କେଜରିଓ୍ବାଲଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ଏହି ବୈଠକରେ ବନ୍ୟା ମୁକାବିଲା ସମ୍ପର୍କରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଲଗାଣ ବର୍ଷା ଫଳରେ ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଦିଲ୍ଲୀ, ହରିୟାଣା ଆଦି ପାଇଁ ପାଣିପାଗ ବିଭାଗ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି।

Share