ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍‌ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର ଅଜୟ ରେଡ୍ଡୀଙ୍କ ବିରୋଧରେ ଦିଗପହଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସରପଞ୍ଚଙ୍କ ଏତଲାକୁ ଭିତ୍ତିକରି ଦିଗପହଣ୍ଡି ଥାନା ଆଇଆଇସି ଗୌରାଙ୍ଗ ଚରଣ ସାହୁ ଅଭିଯୁକ୍ତଙ୍କ ବିରୋଧରେ କେସ ନଂ ୧୦୫/୧୯ରେ ଏକ ମାମଲା ରୁଜୁ କରିଛନ୍ତି। ଅଭିଯୁକ୍ତ ଅଜୟ ରେଡ୍ଡୀ ତାଙ୍କ ଫେସବୁକ୍‌ ଆଇଡିରେ ବିଭିନ୍ନ ଅଶାଳୀନ ମନ୍ତବ୍ୟ ଦେଇଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି ସାହୁ କହିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଥିବାରୁ ତାଙ୍କ ମତାମତ ନିଆଯାଇପାରିନାହିଁ।

Share