Categories: ଜାତୀୟ

ସର୍ଦ୍ଦାର ପଟେଲଙ୍କ ୬୯ତମ ପୁଣ୍ୟତିଥି: ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୬୯ ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ଅବଦାନ ସବୁବେଳେ ପ୍ରେରଣା ଦେଉଥିବ ବୋଲି ମୋଦି କହିଛନ୍ତି। ଏହି ଅବସରରେ ବହୁ ରାଜନେତା ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୧୮୭୫ ଅକ୍ଟୋବର ୩୧ରେ ସର୍ଦ୍ଦାର ପଟେଲ ଗୁଜରାଟର ନାଦିଆଦ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ୧୯୫୦ ଡିସେମ୍ବର ୧୫ରେ ମୁମ୍ବାଇଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

Share