ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଗଲେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ବୈଠକରେ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ସମ୍ପର୍କରେ ଆଲୋଚନା ହେବ। ତେବେ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତେଲୁଗୁ ଦେଶମ୍‌ ପାର୍ଟି ମୁଖ୍ୟ ଚନ୍ଦ୍ରବାନୁ ନାଇଡୁ ଯୋଗ ଦେବେ ନାହିଁ ବୋଲି ଜଣାପଡ଼ିଛି।

Share