ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ୩ୟ :ସଫଳତା ପରେ ଡିଜିପିଙ୍କୁ ଭେଟିଲା ପୋଲିସ ବ୍ୟାଣ୍ଡ୍‌ ଦଳ

କଟକ ଅଫିସ,୧।୩: ରେଳ ସୁରକ୍ଷା ବଳ ଆନୁକୂଲ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦ୍‌ସ୍ଥିତ ରେଳ ସୁରକ୍ଷା ବଳ ସ୍ପୋର୍ଟସ କମ୍ପ୍ଳେକ୍ସଠାରେ ଗତ ୧୯ରୁ ୨୩ତାରିଖ ପର୍ଯ୍ୟନ୍ତ ୨୦ତମ ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଭାଗନେଇଥିବା ଓଡ଼ିଶା ଦଳ ତୃତୀୟ ସ୍ଥାନ ଅଧିକାର କରିଥିଲା। ଓଡ଼ିଶା ପୋଲିସ ଇତିହାସରେ ପ୍ରଥମ ଥର ପାଇଁ ରାଜ୍ୟ ପୋଲିସ ବ୍ୟାଣ୍ଡ ଦଳ ଏହି ସଫଳତା ହାସଲ କରିଛି। ଏହି ଦଳ ଓଡ଼ିଶା ଫେରିବା ପରେ ଶନିବାର ଅପରାହ୍ନରେ କଟକ ପୋଲିସ ମୁଖ୍ୟାଳୟକୁ ଯାଇ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କୁ ସୌଜନ୍ୟ ସାକ୍ଷାତ କରିଥିଲେ। ଏହି ଅବସରରେ ଡିଜିପି ଅଭୟ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବିଷ୍ୟତରେ ଆହୁରି ଅଧିକ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇଜି ଯତିନ୍ଦ୍ର କୋଏଲ୍‌, ଏଆଇଜି ବିବେକାନନ୍ଦ ଶର୍ମା ଏବଂ ରବିନାରାୟଣ ବେହେରା ଉପସ୍ଥିତ ଥିଲେ। କ୍ରୀଡ଼ା ଅଧିକାରୀ ବିଭୁତି ଭୂଷଣ ମହାରଣା ଓ ସହକାରୀ ଦୁର୍ଗପତି ଦୀପକ କୁମାର ଗଡ଼ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Share