ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି। କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଏହି ନିଷ୍ପତ୍ତି ଜ଼ିଲାପାଳ ନେଇଛନ୍ତି। ଏଥିସହ ମାସ୍କ ନ ପିନ୍ଧିଥିବା ଲୋକଙ୍କଠାରୁ ୨୦୦ ଟଙ୍କା ଜରିମାନା ଆଦାୟ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ‘ନୋ ମାସ୍କ ନୋ ରାସନ’ ଏବଂ ପ୍ରତ୍ୟେହ ମଧ୍ୟାହ୍ନ ୧୨ ରୁ ତାପରଦିନ ସକାଳ ୭ ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଜାରି ରହିଛି । ଏହାଛଡ଼ା ଘରେ ରୁହନ୍ତୁ ସୁରକ୍ଷିତ ରୁହନ୍ତୁ ବୋଲି ଜ଼ିଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି।

Share