Categories: ଜାତୀୟ

ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ତ୍ରାଲ୍‌ଠାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ହାର୍ଡକୋର୍‌ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨ ଜଣ ଯବାନଙ୍କ ଦେହରେ ମଧ୍ୟ ଗୁଳି ଲାଗିଛି। ଚିକିତ୍ସା ଲାଗି ସେମାନଙ୍କୁ ହସ୍ପିଟାଲରେ ଭତ୍ତି କରାଯାଇଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯିବା ସହିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା।

Share