ଭଣ୍ଡାରିପୋଖରୀ, ୩୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଫତେପୁର ଗ୍ରାମର ୯ ବର୍ଷର ଛାତ୍ରୀ ଶୁଭଶ୍ରୀ ଥାଟେଇ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ଏହି ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ବୁଧବାର ସକାଳୁ କଟକ ନିଆଯାଉଥିବା ବେଳେ ଭଣ୍ଡାରିପୋଖରୀଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ଡାକ୍ତରଖାନାକୁ ନେଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତା ଶୁଭଶ୍ରୀଙ୍କ ଦାଦା ରମା ଥାଟେଇ ଭଣ୍ଡାରିପୋଖରୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୧୮/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି।