ସାପ କାମୁଡ଼ାରେ ମହିଳା ମୃତ

ଗଞ୍ଜାମ,୬ା୯(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ. ୬ ଓଡ଼ିଆ ଢାମଣା ସାହିର ଜଣେ ମହିଳାଙ୍କ ଶୁକ୍ରବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ବାଡ଼ତ୍ୟା (୫୩)। ପାହାନ୍ତିଆରେ ସୁବାସିନୀ ଗଛରୁ ଫୁଲ ତୋଳୁଥିବା ସମୟରେ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା। ସଙ୍ଗେ ସଙ୍ଗେ ପରିବାର ଲୋକେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ଛତ୍ରପୁର ମେଡିକାଲ ନିଆଯାଇଥିବା ପରିବାର ସୂତ୍ରରୁ ପ୍ରକାଶ। ପ୍ରକାଶ ଯେ, ସେ ଅତ୍ୟନ୍ତ ଗରିବ। ବଜାରରେ ପରିବା ବିକ୍ରି କରି ପେଟ ପୋଷୁଥିଲେ। ତେଣୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଉକ୍ତ ୱାର୍ଡର ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା ଦାବି କରିଛନ୍ତି।

Share