ସିଏଏକୁ ଛାତ୍ର କଂଗ୍ରେସର ବିରୋଧ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନରୁ ଏହି ମଶାଲ ଶୋଭାଯାତ୍ରା ବାହାରି ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ପହଞ୍ଚିଥିଲା। ସେଠାରେ ଶତାଧିକ ଛାତ୍ର କଂଗ୍ରେସ କର୍ମୀ କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଦିତ୍ୟ ପ୍ରୀତମ ଦାସ, ନିରଞ୍ଜନ ଦାସ, ସୌମ୍ୟରଞ୍ଜନ ଜେନା ପ୍ରମୁଖ ଶତାଧିକ ଛାତ୍ର କଂଗ୍ରେସ କର୍ମୀ ଅଂଶଗ୍ରହଣ କରିଥିଲେ।

Share