ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଜିଲାପାଳଙ୍କ ବୁଝାଶୁଝା ପରେ ହଟିଲା ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ସକାଳେ ବିରୋଧ କରାଯାଇ ସହରର ନୂଆ ଇଦ୍‌ଗାହ ପଡିଆଠାରୁ ଲୋକେ ନୀରବ ଶୋଭାଯାତ୍ରାରେ ବାହାରିଥିଲେ। ମାତ୍ର ସହର ମଧ୍ୟରେ ଶୋଭାଯାତ୍ରା ପାଇଁ ଅନୁମତି ନ ଥିବାରୁ ଜିଲା ପୋଲିସ ପ୍ରଶାସନ ଇଦ୍‌ଗାହ ପଡ଼ିଆଠାରେ ସେମାନଙ୍କୁ ଅଟକାଇବାରୁ ସାମାନ୍ୟ ଉତ୍ତେଜନା ସୃଷ୍ଟି ହୋଇଥିଲା। ଶୋଭାଯାତ୍ରାକାରୀ ନିକଟସ୍ଥ ରାସ୍ତାରେ ଧାରଣାରେ ବସିଥିଲେ। ଖବରପାଇ ଜିଲାପାଳ ସମର୍ଥ ବର୍ମା ଘଟଣାସ୍ଥଳରେ ପହଞ୍ଚିବା ସହ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳ ଗ୍ରହଣ କରିବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଥିଲା।

Share