ସିଏଏ, ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର: ଶେଖ ହସିନା

ଦୁବାଇ,୧୯।୧: ନାଗରିକତ୍ୱ ସଂଶୋଧିତ ଆଇନ୍‌(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲାବେଳେ ଏହାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି। ଦେଶ ବାହାରୁ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ଦେଉଛନ୍ତି। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି, ସିଏଏ ଏବଂ ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର। ଏଭଳି ଆଇନ ଜରୁରୀ ନ ଥିଲା ବୋଲି ସେ କହିଛନ୍ତି। ବାଂଲାଦେଶ ସର୍ବଦା ସିଏଏ ଓ ଏନଆରସିକୁ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ଭାବେ ବିଚାର କରି ଆସିଛି ବୋଲି ସେ କହିଛନ୍ତି।

Share