Categories: ଜାତୀୟ

ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ, ଗୋଆ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପୂର୍ବ ଉତ୍ତର ପ୍ରଦେଶ ଓ ଅରୁଣାଚଳ ପ୍ରଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବିଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ଅନୁରୋଧ କରାଯାଇଛି।

Share