Categories: ଖେଳ

ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ: କହିଲେ, ଦେଶ ତୁମ ପାଇଁ ଗର୍ବିତ

ନୂଆଦିଲ୍ଲୀ, ୨୫।୮: ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନ୍ଧୁଙ୍କ ଏହି ସଫଳତା ପରେ ବିଦେଶରେ ଥାଇ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିନ୍ଧୁଙ୍କ ପାଇଁ ଆମ ଦେଶ ଗର୍ବିତ। ତାଙ୍କ ସଫଳତା ଆଗାମୀ ପିଢି ପାଇଁ ପ୍ରେରଣା ଯୋଗାଇବ ବୋଲି ମୋଦି ନିଜ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି। ସୂଚନାଯୋଗ୍ୟ, ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡମିଣ୍ଟନର ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପର ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚରେ ୨୪ ବର୍ଷୀୟା ସିନ୍ଧୁ ଏକତରଫା ଭାବେ ୨୧-୭, ୨୧-୭ ସିଧାସଳଖ ଗେମରେ ଓକୁହରାଙ୍କୁ ପରାସ୍ତ କରିବାରେ ସମର୍ଥ ହୋଇଥିଲେ।

Share