ସି-ଶୋର’ର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

କଟକ,୨୬।୨: ବହୁ ଚର୍ଚ୍ଚିତ ସି ଶୋର ଚିଟ୍‌ଫଣ୍ଡ ସଂସ୍ଥାର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଶୁକ୍ରବାର ସ୍ବତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଜାରି କରିଛନ୍ତି। ସଂସ୍ଥାର ୧୯୭ ଏକର ଜମି, ୧୩୮୫ ଗ୍ରାମ ସୁନା, ୨ କୁଇଣ୍ଟାଲ ରୁପା, ବ୍ୟାଙ୍କରେ ଜମା ଥିବା ୧ କୋଟି ୮୮ ଲକ୍ଷ ୭୫ ହଜାର ଟଙ୍କା ବାଜ୍ୟାପ୍ତି ପାଇଁ ଆଦେଶ ଦେଇଛନ୍ତି। ବାଜ୍ୟାପ୍ତ ସମ୍ପତ୍ତିକୁ ସର୍ବସାଧାରଣରେ ନିଲାମ ଲାଗି ନିର୍ଦ୍ଦେଶ ଦିଆଯାଇଛି। ନିଲାମ ଅର୍ଥକୁ ଜମାକାରୀଙ୍କ ମଧ୍ୟରେ ବାଣ୍ଟିବାକୁ କୁହାଯାଇଛି। ବାଜ୍ୟାପ୍ତ ସମସ୍ତ ସମ୍ପତ୍ତିର ଆନୁମାନିକ ମୂଲ୍ୟ ୬୫୦ କୋଟି ଟଙ୍କା ହେବ।

Share