ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧

ସୁନ୍ଦରଗଡ଼, ୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ ଜିଲାପାଲ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି।