ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲା ମେନ୍‌ ରୋଡର ବୋଲି ସୂଚନା ରହିଛି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Share