ସୁନ୍ଦରଗଡ଼ରେ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଲା

ସୁନ୍ଦରଗଡ଼,୨୧।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ସୋମବାର ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ୧୨ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି। ଏ ନେଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ୧୨ ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ମହିଳା ଓ ୮ ଜଣ ପୁରୁଷ ରହିଛନ୍ତି।
୧୦ ଜଣ ରାଉରକେଲାର ଓ ଅନ୍ୟ ୨ ଜଣ ବୀରମିତ୍ରପୁର ଓ ହେମଗିରି ଅଞ୍ଚଳର ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତଙ୍କୁ ରାଉରକେଲା ହାଇଟେକ୍‌ କୋଭିଡ ହସ୍ପିଟାଲକୁ ପଠାଯାଇଛି।
ଜିଲାର ମୋଟ ୧୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସରୋଜ କୁମାର ମିଶ୍ର କହିଛନ୍ତି।