ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍‌ଘାଟନ କରିଥିଲେ ା ଆୟୋଜିତ ସଭାରେ ପୂର୍ବତନ ପ୍ରଧାନଶିକ୍ଷକ ନରହରି ନାୟକ ସଭାପତିତ୍ୱ କରିଥିଲେ। ଶରତ କୁମାର ବିଶ୍ୱାଳ, ଉପେନ୍ଦ୍ର ପ୍ରସାଦ ପାଣିଗ୍ରାହୀ, ଦେବେନ୍ଦ୍ର କୁମାର ରାଉତ, ଉପେନ୍ଦ୍ର ପ୍ରସାଦ ଦାସ, ଶମ୍ଭୁନାଥ ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପାଶ୍ଚାତ୍ୟ ସଭ୍ୟତାର ଉଗ୍ର ଆଧୁନିକତା ମଧ୍ୟରେ ଓଡିଶା ସଂସ୍କୃତି ହଜି ଯାଉଥିବାରୁ ଅତିଥିମାନେ ଉଦ୍‌ବେଗ ପ୍ରକାଶ କରିଥିଲେ ା ଅପରାହ୍ନରେ ରଜ କୁଇନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ଜୁନିୟରରେ ୧୦ଜଣ ଓ ସିନିୟରରେ ୨୧ଜଣ ଗାଲାରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଶଶିକାନ୍ତ ଦାସ ମଞ୍ଚ ପରିଚାଳନା କରିଥିଲେ। ସନ୍ଧ୍ୟା ୬ଟାରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କର ମଞ୍ଚରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା ା ହେଲେ କୌଣସି କାରଣବଶତଃ ସେ ୯ଟାରେ ସଭାସ୍ଥଳରେ ପହଞ୍ଚିବା ପରେ ବ୍ୟସ୍ତତା ଥିବା ଦର୍ଶାଇ ଫେରିଯାଇଥିଲେ। ଏହାକୁ ନେଇ କମିଟି ସଦସ୍ୟ ଓ ଉପସ୍ଥିତ ଗ୍ରାମବାସୀଙ୍କ ମଧ୍ୟରେ ନୈରାଶ୍ୟ ଖେଳିଯାଇଥିଲା ା ପରେ ମଞ୍ଚ ସମ୍ଭାଳିବା ପାଇଁ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନୁରୋଧ କରାଯାଇଥିଲା ା ସୁରେନ୍ଦ୍ର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଖଇରା ଅଞ୍ଚଳରୁ ବିଭିନ୍ନ ଖବରକାଗଜରେ ପ୍ରତିନିଧିତ୍ୱ କରୁଥିବା ବଳରାମ ପଣ୍ଡା, ଉତ୍କଳବନ୍ଧୁ ପଣ୍ଡା ଓ କୈଳାସ ଚନ୍ଦ୍ର ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ରଜ ପରମ୍ପରା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ବୁଡି ଯାଉଥିବା ସଂସ୍କୃତିକୁ ପୁନରୁଥାନ ପାଇଁ ସୁନ୍ଦରପୁର ଦୋଳ ମହୋତ୍ସବ କମିଟିର ପ୍ରୟାସକୁ ସାଧୁବାଦ ଜଣାଇଥିଲେ। ସମ୍ପାଦକ ବିଷ୍ଣୁପ୍ରସାଦ ମିଶ୍ର ବିବରଣୀ ପାଠ, ମହେଶ୍ୱର ବାରିକ ଅତିଥି ପରିଚୟ, ସୁକାନ୍ତ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। କମିଟି ସଦସ୍ୟ ବିମଳେନ୍ଦୁ ଜେନା, ପ୍ରହଲ୍ଲାଦ ରାୟ, ପ୍ରଶାନ୍ତ କୁମାର ଦାସ, ବୁଦ୍ଧିରାମ ପାଣିଗ୍ରାହୀ, ବସନ୍ତ କୁମାର ପାଢୀ, ସୌଭାଗ୍ୟ ସାହୁ, ଚନ୍ଦ୍ରକାନ୍ତ କୁଅଁର, ନୃସିଂହ ପାଣି, ବିମନ ବାରିକ ଓ ରାମକୃଷ୍ଣ ପାଢୀ ପ୍ରମୁଖ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri