Categories: ରାଜ୍ୟ

ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହ୍ବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ରାଜନେତା ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ସୁବାସଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ତେବେ ସେ ଲିଭର(ଯକୃତ) କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଅସୁସ୍ଥତା ନେଇ ଏପ୍ରିଲ ୩୦ ତାରିଖରୁ ସେ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ତେବେ ସେ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡିରେ ଯୋଗଦେଇଥିଲେ।

Share