Categories: ଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ୨ ଲଶ୍କର ଆତଙ୍କବାଦୀ ମୃତ

ଶ୍ରୀନଗର,୧୨।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗାନ୍ଦରବଲର ଗୁଣ୍ଡ୍‌ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ଏହି ସଫଳତା ମିଳିଛି। ସେମାନେ ଲଶ୍କର-ଇ-ତୋଏବା ସଂଗଠନର ବୋଲି କୁହାଯାଉଛି। ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ସୋମବାର ବନ୍ଦିପୋରାରେ ୨ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିଲା। ସେହିପରି ରବିବାର ରାତିରେ ବନ୍ଦିପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

Share