Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୭।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ସହିତ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଆତଙ୍କବାଦୀ ଲୁଚିଥିବା ସ୍ଥାନରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share