Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୧।୬: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ଜାଦିବଲରେ କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା ଆରମ୍ଭ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୁରକ୍ଷା ଦୃଷ୍ଟିରୁ ଶ୍ରୀନଗର ଏବଂ ପୁଲଓ୍ବାମା ଜିଲାର କେତେକ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି।

Share