Categories: ଜାତୀୟ

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୦।୧୧: ଜମ୍ମୁ-କଶ୍ମୀରରେ ପୁଣି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ରବିବାର ଅପରାହ୍ନରେ ବାନ୍ଦିପୋରାରେ ଏହି ଗୁଳିବିନିମୟ ଘଟିଥିଲା। ଏବେ ବି ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ତେବେ ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରିନାହିଁ।

Share