Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୨ ଜୈଶ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୬: ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ୨ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଙ୍ଗଳବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ପ୍ରଥମେ ଗୁଳିଚାଳନା କରିବା ଆରମ୍ଭ କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥିରେ ଜଣେ ଯବାନ୍‌ ଶହୀଦ୍‌ ହୋଇଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରି ଦିଆଯାଇଛି।

Share