Posted inଜାତୀୟ

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା ଏକ କୋଚିଂ ସେଣ୍ଟରରେ ନିଅଁ। ଲାଗିଯାଇ ଧୀରେ ଧୀରେ ଚାରିଆଡେ ବ୍ୟାପିଯାଇଥିଲା। ଏହି ଅଗ୍ନିକାଣ୍ଡରେ ୧୫ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଛାତ୍ର ଆହତ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ଅପରପକ୍ଷରେ ବିଲଡିଂରେ କିଛି ଛାତ୍ର ଫଶି ରହିଥିବା ବେଳେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨ ମହଲା ଛାତରୁ ଡେଇଁପଡ଼ିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର ଏହି ଦୃଶ୍ୟ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ଘଟଣାସ୍ଥଳରେ ୧୮ଟି ଦମକଳ ବାହିନୀ ପହଞ୍ଚି ନିଅଁ।କୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଥିବା ଜଣାପଡ଼ିଛି। ଏହି ଅଗ୍ନକାଣ୍ଡ ସର୍ଟ ସର୍କିଟ ଯୋଗୁ ହୋଇଥିବା କୁହାଯାଉଛି। ଅପରପକ୍ଷରେ ଏହି ଘଟଣାକୁ ନେଇ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଦୁଃଖ ପ୍ରକାଶ କରିଥିବା ବେଳେ ମୃତକଙ୍କ ପରିବାରଙ୍କୁ ୪ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ଏଥିସହ ସେ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଭାବେ ଶୀଘ୍ର ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri