ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ସେ ଏମ୍ସ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିଲେ ହେଁ ସେ ହସ୍‌ପିଟାଲରୁ ଡିସ୍‌ଚାର୍ଜ ହୋଇନାହାନ୍ତି। ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ତାଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ସୁସ୍ଥ ହେବା ପରେ ତାଙ୍କୁ ଡିସ୍‌ଚାର୍ଜ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଏବେ ରାଜ୍ୟରେ ୧୦୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ଜଣ ସୁସ୍ଥ ହୋଇଥିଲେ। ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇଲେ ଏହି ସଂଖ୍ୟା ୩୫ରେ ପହଞ୍ଚିଛି। ଅପରପକ୍ଷେ ୬୭ଜଣ ଆକ୍ଟିଭ କେସ୍‌ ରହିଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।

Share