ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ ନାୟକ ଏବଂ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।